ଖୁବଶୀଘ୍ର ପ୍ରଥମରୁ ସପ୍ତମ ସ୍କୁଲ ଖୋଲିବ! ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,(ଏସ୍‌ ନ୍ୟୁଜ୍‌): ଦୀପାବଳି ପରେ ଖାଲିବ ସ୍କୁଲ । ଏନେଇ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି । ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, ଏ ସଂପର୍କରେ ଗଣଶିକ୍ଷା ବିଭାଗ ବିଚାରବିମର୍ଶ କରୁଛି । ସ୍କୁଲ ଖୋଲିବା ଏକ ସ୍ୱାଭାବିକ ପ୍ରକ୍ରିୟା । ପ୍ରଥମରୁ ସପ୍ତମ ଶ୍ରେଣୀ ସ୍କୁଲ ଖୋଲିବ । ପିଲାମାନଙ୍କ ମଧ୍ୟରେ ସ୍କୁଲ ଯିବା ପାଇଁ ଆଗ୍ରହ ସୃଷ୍ଟି ହେଲାଣି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପିଲାମାନଙ୍କ ପାଇଁ ଶିକ୍ଷା ସହ ସ୍ୱାସ୍ଥ୍ୟ ଗୁରୁତ୍ୱପୂର୍ଣ୍ଣ । ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ସୁରୁଖୁରୁରେ ଚାଲିଛି ।