ଆସନ୍ତାକାଲିଠୁ ମୌସୁମୀ ଅଧିବେଶନ

ଭୁବନେଶ୍ୱର,(ଏସ୍‌ ନ୍ୟୁଜ): ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ। ଏଥର ଅଧିବେଶନ ବେଶ୍ ସରଗରମ ହେବା ସମ୍ଭାବନା ରହିଛି । ଅଧିବେଶନରେ ନୂଆ ନୂଆ ପ୍ରସଙ୍ଗ ଉଠିପାରେ । ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛନ୍ତି ବିରୋଧୀ । ସେହିପରି ବିରୋଧୀଙ୍କୁ ଜବାବ ଦେବା ପାଇଁ ସରକାର ମଧ୍ୟ ପ୍ରସ୍ତୁତ ହେଉଛନ୍ତି । ଅଧିବେଶନ ପୂର୍ବରୁ ଆଜି ବିଜେପି, କଂଗ୍ରେସ ଓ ବିଜେଡି ବିଧାୟକ ଦଳ ବୈଠକ ବସିବ। ତେବେ ଏହା ପୂର୍ବରୁ ବିଧାନସଭା ପରିସରରେ ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏଥିପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୧୨୦ ଜଣ ଅଫିସରଙ୍କୁ ମୁତୟନ କରାଯାଇଛି । ପୋଲିସ କମିଶନର ପହଂଚି ସୁରକ୍ଷା ବ୍ୟବସ୍ଥାର ଯାଂଚ କରିଛନ୍ତି।