ଭୁବନେଶ୍ୱର,(ଏସ୍ ନ୍ୟୁଜ): ରାଜ୍ୟରେ ଆଉ ୭ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ । ମୃତକଙ୍କ ମଧ୍ୟରେ ଜଣେ ୬ ବର୍ଷର ଝିଅ ରହିଛନ୍ତି । ବାଲେଶ୍ୱରର ୬ ବର୍ଷର ଝିଅର ମୃତ୍ୟୁ ହୋଇଥିବା ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଗଂଜାମରୁ ୨ ଜଣ, କେନ୍ଦ୍ରାପଡ଼ାରୁ ଜଣେ, ଢେଙ୍କାନାଳରୁ ଜଣେ, ପୁରୀର ଜଣେ ଓ କଟକରୁ ଜଣେ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮ ହଜାର ୩୫କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ରହିଛି ।