ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ

ବାରିପଦା,(ସାକ୍‌ସୀ ନ୍ୟୁଜ୍‌) : ଖୁବଶୀଘ୍ର ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ । ନଭେମ୍ବର ପହିଲାରୁ କୋଭିଡ୍‌ ଗାଇଡଲାଇନ ଅନୁଯାୟୀ ପର୍ଯ୍ୟଟକଙ୍କ ପାଇଁ ଖୋଲିବା ନେଇ ଜଣାପଡିଛି । ତେବେ ପର୍ଯ୍ୟଟକଙ୍କ ପାଇଁ ପ୍ରତ୍ୟେକ ଦିନ ଯଶୀପୁର ତନଖି ଫାଟକ ଦେଇ ୩୫ଟି ଓ ବାରିପଦା ପୀଠବଟା ତନଖି ଫାଟକ ଦେଇ ୨୫ଟି ପର୍ଯ୍ୟଟକଙ୍କ ଗାଡିକୁ ପ୍ରବେଶ ଅନୁମତି ମିଳିବ ।