ପର୍ଯ୍ୟଟକଙ୍କ ପାଇଁ ଆଜି ଠାରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ

ପର୍ଯ୍ୟଟକଙ୍କ ପାଇଁ ଆଜି ଠାରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ । ବର୍ଷା ଋତୁ

ମୟୂରଭଞ୍ଜ: ପର୍ଯ୍ୟଟକଙ୍କ ପାଇଁ ଆଜି ଠାରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ । ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ବନ୍ଦ ରହିବ ଶିମିଳିପାଳ । ଏନେଇ ଉତ୍ତର ଶିମିଳିପାଳ ବନାଞ୍ଚଳ ବନଖଣ୍ଡ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଋତୁ ଶେଷ ହେବା ପରେ ପୁଣିଥରେ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଖୋଲିବ ।

ତେବେ ଆଜିଠାରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିବ ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟ । ଶିମିଳିପାଳକୁ ପ୍ରବେଶ କରାଯାଉଥିବା ଶ୍ୟାମାଖୁଣ୍ଟା ବ୍ଲକ ପୀଠାବଟା ଫାଟକ ସମେତ ଯଶୀପୁର ବ୍ଲକ କାଳିଆଣି ଫାଟକରେ ପର୍ଯ୍ୟଟକମାନଙ୍କ ପାଇଁ ସାଢେ ଚାରି ମାସ ପର୍ଯ୍ୟନ୍ତ ଫାଟକ ବନ୍ଦ ରହିବ ।

ସାଧାରଣତଃ ବର୍ଷା ଋତୁରେ ଅଭୟାରଣ୍ୟର ରାସ୍ତାଘାଟ ଧୋଇଯାଇ ବିପଦ ଶଙ୍କୁଳ ଅବସ୍ଥାରେ ରହିଥାଏ । ତେଣୁ ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ସାମୟିକ ବନ୍ଦ କରାଯାଇଥାଏ । ଏହି ସାଢେ ଚାରି ମାସ ମଧ୍ୟରେ ଅଭୟାରଣ୍ୟ ଭିତରେ ରାସ୍ତା ସମେତ ଭିଭିନ୍ନ ଭିତ୍ତିଭୂମିର ମରାମତି ମଧ୍ୟ ହୋଇଥାଏ ।