ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

ମୟୂରଭଞ୍ଜ: ଆଜି ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟ ଖୋଲିଥିବା ଜଣାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ପର୍ଯ୍ୟଟକମାନଙ୍କ ଲାଗି ଶିମିଳିପାଳ ଅଭୟାରଣ୍ୟ ଖୋଲିଛି। କରୋନା କଟକଣା ଭିତରେ ଏହା ଭିତରକୁ ପ୍ରବେଶ ଲାଗି ଅନୁମତି ମିଳିବ ବୋଲି କୁହାଯାଉଛି।

ଶୁକ୍ରବାର ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିଥିଲା। ପଶ୍ଚିମା ଝଡ଼ ପ୍ରଭାବରେ ଶିମିଳିପାଳରେ ପ୍ରବଳ ବର୍ଷା ହେଉଛି। କାଳେ ଏହି ସମୟରେ କିଛି ଅଘଟଣ ଘଟିବ, ସେଭଳି ଆଶଙ୍କା କରାଯାଇ ଏବଂ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଏପରି ପଦକ୍ଷେପ ନିଆଯାଇଥିଲା। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଜାତୀୟ ଉଦ୍ୟାନ ୩ ଦିନ ଧରି ବନ୍ଦ ରଖାଯାଇଥିଲା। ଡିସେମ୍ବର ୩୧ରୁ ଜାନୁଆରି ୨ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ପ୍ରବେଶ ମନା ହୋଇଥିଲା।