ଖୋଲିବ ଶ୍ରୀମନ୍ଦିର,କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ନଥିଲେ ଦର୍ଶନ ମନା-shaksi news

ପୁରୀ( ଏସ୍ ନ୍ୟୁଜ ): ଶ୍ରୀମନ୍ଦିର ଖୋଲିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯିବ। ଭକ୍ତଙ୍କ ପାଇଁ ଆଜି ଛତିଶା ନିଯୋଗ ବୈଠକ ପରେ ଏହି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର।ଏଥିପାଇଁ ୨ ଦିନ ଭିତରେ ସରକାରଙ୍କୁ ସୁପାରିସ କରାଯିବ। ସରକାର ଅନୁମତି ଦେଲା ପରେ ମନ୍ଦିର ଖୋଲାଯିବ।

ସବୁଠାରୁ ବଡ କଥା ହେଲା କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ନଥିଲେ ମହାପ୍ରଭୁଙ୍କୁ ଦର୍ଶନ ହେବନାହିଁ। ଶ୍ରୀମନ୍ଦିର ଭିତରେ ପ୍ରବେଶ କରିବା ପୂର୍ବରୁ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଦେଖାଇବାକୁ ବାଧ୍ୟତା ମୂଳକ କରାଯାଇଛି। ପୁରୀ ବାହାରୁ ଆସୁଥିବା ଦର୍ଶନାର୍ଥୀଙ୍କ ପାଇଁ ଏହି ନିୟମ ଲାଗୁ ହେବ। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କିଷନ୍‌ କୁମାର।

ଦର୍ଶନ ଆରମ୍ଭ ପରେ ବି କଟକଣା ଜାରି ରହିବ। ମନ୍ଦିର ଖୋଲିବା ପରେ ପ୍ରଥମ ୪/୫ ଦିନ ପୁରୀ ଲୋକଙ୍କୁ ଦର୍ଶନ ଅନୁମତି ଦିଆଯିବ। ଭିଡ଼ ଦୃଷ୍ଟିରୁ ଜାନୁଆରୀ ୧ ଏବଂ ୨ ତାରିଖରେ ଦର୍ଶନ ବନ୍ଦ ରହିବ। ୩ ତାରିଖ ଠାରୁ ପୁଣି ସାଧାରଣ ଦର୍ଶନ ଆରମ୍ଭ କରାଯିବ। ୩ ତାରିଖ ଠାରୁ ପୁରୀ ସହ ବାହାର ଲୋକ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ। ଦର୍ଶନ ବ୍ୟବସ୍ଥା ପାଇଁ ଏସ୍‌ଓପି ଲାଗୁ କରାଯିବ। ସବୁ ଦର୍ଶନାର୍ଥୀ ମାସ୍କ ପିନ୍ଧିବା ଓ ସାନିଟାଇଜର ଲଗାଇବା ଜରୁରୀ। ଶ୍ରୀମନ୍ଦିର ୪ ଦ୍ୱାରରେ ପ୍ରଶାସନ ପକ୍ଷରୁ ସାନିଟାଇଜର ଦିଆଯିବ।

ଏହାସହ ୬୫ ବର୍ଷରୁ ଅଧିକ ବୟସ୍କ, ପିଲାଙ୍କୁ ନଆସିବାକୁ ଅନୁରୋଧ କରିବୁ। ୩ ତାରିଖଠାରୁ ପ୍ରତି ଦିନ ୫ ହଜାର ଭକ୍ତଙ୍କୁ ଦର୍ଶନ ଅନୁମତି ମିଳିବ। ପ୍ରଥମ ସପ୍ତାହରେ ଦୈନିକ ୫ ହଜାର ପରେ ସଂଖ୍ୟା ଆଗକୁ ବଢ଼ିବ। ମାସେ, ୨ ମାସ ମଧ୍ୟରେ ଅଧିକ ଦର୍ଶନାର୍ଥୀଙ୍କୁ ଅନୁମତି ମିଳିପାରିବ। ଏବେ ମହାପ୍ରସାଦ ସମସ୍ତେ ପାଇପାରିବେ।