ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ବର: ଆଜିଠୁ ରାଜ୍ୟବାସୀଙ୍କୁ ମିଳିପାରେ ତାତିରୁ ସାମାନ୍ୟ ଆଶ୍ୱସ୍ତି । ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ଦିନ ତାପମାତ୍ରା । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଗଜପତି, କନ୍ଧମାଳ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ସହ ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ମେ ୭ରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ସହ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହୋଇପାରେ ।