ସମ୍ଭାବ୍ୟ ବାତ୍ୟା ନେଇ ଜିଲ୍ଲାପାଳଙ୍କୁ ଆଲର୍ଟ: ସ୍ୱତନ୍ତ୍ର ରିଲିଫ କମିଶନ

ଭୁବନେଶ୍ୱର (ଏସ ନ୍ୟୁଜ ): ରାଜ୍ୟରେ ଲଘୁଚାପ ଯୋଗୁ ସମ୍ଭାବ୍ୟ ବାତ୍ୟା ନେଇ ଜିଲ୍ଲାପାଳଙ୍କୁ ଆଲର୍ଟ। ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ସମ୍ଭାବ୍ୟ ବାତ୍ୟା ନେଇ ଆଲର୍ଟ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନ। ବାତ୍ୟା ନେଇ କିଛି ପରିସ୍ଥିତି ଉପୁଜିଲେ ମୁକାବିଲା ପାଇଁ ପ୍ରସ୍ତୁତି ଓ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି । ରାଜ୍ୟରେ ଲଘୁଚାପ କ୍ଷେତ୍ର ଯୋଗୁ ୨୦ ରୁ ୨୩ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । କିଛି ଜିଲ୍ଲାରେ ପ୍ରବଳ ବର୍ଷା ର ସମ୍ଭାବନା ରହିଛି।

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ୨୦ ତାରିଖ ଦିନ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହାର ପ୍ରଭାବରେ ସେପ୍ଟେଟର ୨୦ରେ ବଙ୍ଗୋପସାଗରର ଉତ୍ତର-ପୂର୍ବ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଉ ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ,ଏହି ଲଘୁଚାପ ବଳୟ ପ୍ରଭାବରେ ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା, ଉତ୍ତର ଉପକୂଳ ଓଡିଶା, କେନ୍ଦୁଝର, ମୟୂରଭଞ୍ଜ ଏବଂ ଓଡିଶାର ଜିଲା ଜିଲ୍ଲାମାନଙ୍କର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ଏହାସହ ୪୫ ରୁ ୫୫ କିଲୋମିଟର ପବନ ବହିବାର ସଂଭାବନା ମଧ୍ୟ ରହିଛି । ଏହାକୁ ନେଇ ମତ୍ସ୍ୟଜୀବି ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରଯାଇଛି । ଏପରିକି ଯଦି କେହି ମତ୍ସ୍ୟଜୀବି ସମୁଦ୍ର ମଧ୍ୟକୁ ଯାଇଥାନ୍ତି ତେବେ ତୁରନ୍ତ ଫେରିବାକୁ ପରାମର୍ଶ ଦିଆଯାଇଛି।