ଉଦଘାଟିତ ହେବ ଶ୍ରୀଜଗନ୍ନାଥ ମେଡିକାଲ କଲେଜ

ପୁରୀ : ବହୁ ପ୍ରତିକ୍ଷିତ ପୁରୀର ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଆଜି ଉଦଘାଟନ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀ ମେଡିକାଲ କଲେଜ ପରିସରରେ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି । ସେପଟେ ମେଡିକାଲ କଲେଜରେ ପ୍ରଥମ ବ୍ୟାଚ୍‌ ପାଇଁ ଏମବିବିଏସ ଛାତ୍ରଛାତ୍ରୀଙ୍କର ଆଡମିସନ ଶେଷ ହୋଇଛି ।

ସେହିପରି ପୁରୀ ଏକ ଆନ୍ତର୍ଜାତୀୟ ପର୍ଯ୍ୟଟନ ସ୍ଥଳୀରେ ଏଭଳି ମେଡିକାଲ କଲେଜ ସ୍ଥାପନା କରାଯାଇଥିବାରୁ ଏହାକୁ ନେଇ ଛାତ୍ରଛାତ୍ରୀ, ଅଭିଭାବକ ଓ କଲେଜ କର୍ତ୍ତୁପକ୍ଷ ବେଶ ଉତ୍ସାହିତ ଥିବା ଜଣାପଡିଛି ।