ବାହୁଡ଼ି ଆସୁଛନ୍ତି ଶ୍ରୀଜିଉ
ପୁରୀ,(ସାକ୍ସୀ ନ୍ୟୁଜ୍): ନବଦିନାତ୍ମକ ଲିଳାଖେଳା ସାରି ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଫେରୁଛନ୍ତି ମହାବାହୁ । ଜନ୍ମବେଦୀ ଛାଡ଼ି ରତ୍ନବେଦୀଙ୍କୁ ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତି । ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେଇ ମହାବାହୁ ରତ୍ନ ବେଦୀକୁ ଆସୁଛନ୍ତି । ଏଥିପାଇଁ ନୀତି ନିର୍ଘଣ୍ଟ ଧାର୍ୟ୍ୟ ହୋଇଛି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶରଧାବାଲିରେ ପ୍ରସ୍ତୁତ ରହିଛି ତିନି ରଥ । ବାହୁଡ଼ା ଯାତ୍ରା ପାଇଁ ଜନ ସମୁଦ୍ର ବଡ଼ଦାଣ୍ଡ । ପରମ୍ପରା ଅନୁସାରେ ଗୁଣ୍ଡିଚା ମନ୍ଦିରରେ ସମସ୍ତ ନୀତିକାନ୍ତି ପରେ ଦିନ ୧୨ଟାରେ ପହଣ୍ଡି ଆରମ୍ଭ।
ବାହୁଡ଼ା ପହଣ୍ଡି ଶେଷ ହେବା ପରେ ସାଢ଼େ ୨ଟାରୁ ସାଢ଼େ ୩ ମଧ୍ୟରେ ଛେରାପହଁରା ନୀତି ଅନୁଷ୍ଠିତ। ଏହାପରେ ଚାରମାଳ ଫିଟିବା ଓ ଘୋଡ଼ାଲାଗି କାର୍ୟ୍ୟ ସମ୍ପନ୍ନ। ଅପରାହ୍ନ ୪ଟାରେ ରଥଟଣା ପାଇଁ ସମୟ ଧାର୍ୟ୍ୟ। ସେପଟେ ବାହୁଡ଼ା ଯାତ୍ରାରେ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ଭକ୍ତଙ୍କ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।