ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଆରମ୍ଭ ହୋଇଯାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ …

ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ ଥିଓରି ପରୀକ୍ଷା। ପରୀକ୍ଷା ପାଇଁ ସକାଳ ୮.୩୦ ସୁଦ୍ଧା ସମସ୍ତ କେନ୍ଦ୍ର‌ରେ ପ୍ରଶ୍ନପତ୍ର ପହଞ୍ଚିଥିଲା। କପି ରୋକିବାକୁ ୪ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୧୯ଟି ସିଟିଂରେ ଏପ୍ରିଲ ୫ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷାରେ ୩ଲକ୍ଷ ୫୭ ହଜାର ୯୪୨ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିବେ ବୋଲି ପୂର୍ବରୁ ସୂଚନା ରହିଛି। କଳା ବିଭାଗରେ ୨ଲକ୍ଷ ୩୩ହଜାର ୮୫୫ ପରୀକ୍ଷାର୍ଥୀ ରହିଥିବା ବେଳେ ବିଜ୍ଞାନରେ ୯୩ହଜାର ୮୯୪, ବାଣିଜ୍ୟରେ ୨୪ହଜାର ୩୩୧ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ୫୮୬୨ଜଣ ରହିଛନ୍ତି। ସେମାନଙ୍କ ମଧ୍ୟରୁ ରେଗୁଲାରରେ ୩ଲକ୍ଷ ୩୮ ହଜାର ୨୨୧ଜଣ, ଏକ୍ସ-ରେଗୁଲାରରେ ୧୭ ହଜାର ୬୯୬ ଓ ଦୂର ନିରନ୍ତରରେ ୨୦୨୫ଜଣ ପରୀକ୍ଷାର୍ଥୀ ଅଛନ୍ତି। ପରୀକ୍ଷା ଲାଗି ୨୦୨ଟି ପରୀକ୍ଷା ପରିଚାଳନା ହବ୍‌ ଅଧୀନରେ ୧୧୪୫ଟି ପରୀକ୍ଷା କେନ୍ଦ୍ର ହୋଇଛି।