ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣାରେ ଇଞ୍ଜିନିୟରିଂ ଓ ମେଡିକାଲ କୋଚିଂ

ଭୁବନେଶ୍ୱର: ଇଞ୍ଜିନିୟରିଂ ଓ ମେଡିକାଲ ଛାତ୍ରଛାତ୍ରୀମାନେ ପାଇବେ ମାଗଣାରେ କୋଚିଂ ସୁବିଧା । ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିଭାଗ ପକ୍ଷରୁ ଏଥିପାଇଁ ଆରମ୍ଭ କରାଯାଇଛି ‘ଛାତ୍ର ପ୍ରୋତ୍ସାହନ ଯୋଜନା’ । ଏହି ଯୋଜନାରେ ପ୍ରତ୍ୟେକ ବର୍ଷ ରାଜ୍ୟର ୩୨୦ ଜଣ ଛାତ୍ରଛାତ୍ରୀଙ୍କୁ ରାଜ୍ୟ ସରକାର ମାଗଣାରେ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ଯୋଗାଇଦେବେ । ଏହା ଦ୍ୱାରା ଦୁର୍ଗମ ଅଞ୍ଚଳରେ ରହୁଥିବା ଛାତ୍ରଛାତ୍ରୀଙ୍କ ମେଧା ଦକ୍ଷତା, ପ୍ରତିଭା ଓ ପ୍ରତିଯୋଗୀ ମନୋଭାବ ବିକଶିତ ହୋଇପାରିବ । ଛାତ୍ରଛାତ୍ରୀମାନେ ୨୦୨୩ ବର୍ଷର ପରୀକ୍ଷା ନିମନ୍ତେ ପ୍ରସ୍ତୁତ ହେବେ ବୋଲି ବିଭାଗୀୟ ସଚିବ ସୂଚନା ଦେଇଛନ୍ତି ।
ଏହି ଯୋଜନା ଦ୍ୱାରା ଦଶମ ଶ୍ରେଣୀର ମେଧାବୀ ଅନୁସୂଚିତ ଜନଜାତି ଓ ଜାତିର ଛାତ୍ରଛାତ୍ରୀଙ୍କୁ ତରୁଣ ବୟସରୁ ପ୍ରୋତ୍ସାହିତ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି । ମନୋନୀତ ଛାତ୍ରଛାତ୍ରୀଙ୍କୁ ସେମାନେ ପଢ଼ୁଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିବେଶରେ କୋଚିଂ ଦିଆଯିବ ।