ନୟାଗଡ଼ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ସମନ : ପରୀ ହତ୍ୟା ମାମଲା

ଭୁବନେଶ୍ୱର( ଏସ୍ ନ୍ୟୁଜ ): ନୟାଗଡ଼ ପରୀ ହତ୍ୟା ମାମଲାରେ ନୟାଗଡ଼ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ସମନ କରିଛି ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (ଏନସିପିସିଆର)। ଉଭୟଙ୍କୁ ବ୍ୟକ୍ତିଗତ ହାଜିରା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସମନ ନେଇ ଏନସିପିସିଆର ଅଧ୍ୟକ୍ଷ ପ୍ରିୟଙ୍କ କାନୁନଗୋଙ୍କ ଟ୍ୱିଟ୍‌ କରିଛନ୍ତି।

ଗତ ୩୦ ତାରିଖରେ ଏନସିପିସିଆର୍ ଅଧ୍ୟକ୍ଷ ପ୍ରିୟାଙ୍କ କାନୁନଗୋଙ୍କୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ତଲବ କରିଥିଲେ। ତଦନ୍ତର ଅଗ୍ରଗତି ସହ କିଛି ଦସ୍ତାବିଜ ୧୦ ଦିନ ମଧ୍ୟରେ ପୀଡ଼ିତାର ବୟସ ପ୍ରମାଣପତ୍ର, ଏତଲା କପି, ଶବ ବ୍ୟବଚ୍ଛେଦ‌ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ ଏନ୍‌ସିପିସିଆର।

୪ ମାସ ତଳେ ୫ ବର୍ଷର ଝିଅ ପରୀକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏଥିରେ ମନ୍ତ୍ରୀ ଅରୁଣ ସାହୁ ଓ ତାଙ୍କ ସହଯୋଗୀ ବାବୁଲିର ହାତ ଥିବା ‘ପରୀ’ର ବାପା-ମାଆ ଅଭିଯୋଗ କରିଛନ୍ତି। ପୁଲିସ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ‘ପରୀ’ର ବାପା-ମାଆଙ୍କୁ ନାନା ହଇରାଣ କରୁଥିଲା। ସେମାନେ ବିଧାନସଭା ସମ୍ମୁଖରେ ଆତ୍ମାହୁତି ଧମକ ଦେଇଥିଲେ। ଏନେଇ ରାଜ୍ୟ ସରକାର ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।