ରାଜ୍ୟରେ ବଢୁଛି ତାତି

ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହେଉଛନ୍ତି। ଗରମ ସହ ଅନେକ ସ୍ଥାନରେ ୫୦ରୁ ୭୦ ପ୍ରତିଶତ ଆର୍ଦ୍ରତା ରହୁଛି ବୋଲି ପାଣିପାଗ ବିଭାଗର ରେକର୍ଡରୁ ଜଣାପଡିଛି। ତେବେ ଉଷ୍ମ ଓ ଆର୍ଦ୍ର ସ୍ଥିତି ୬ ତାରିଖ ପର୍ୟ୍ୟନ୍ତ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଉଷ୍ମ ରାତିର ସ୍ଥିତିକୁ ନେଇ ବଲାଙ୍ଗୀର, ବୌଦ୍ଧ, ଭଦ୍ରକ, କନ୍ଧମାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।