ରାଜ୍ୟରେ କଲ ଵଲ କରୁଛି ତାତି

ଭୁବନେଶ୍ୱର : କଲବଲ କରୁଛି ମୁଣ୍ଡଫଟା ଖରା । ପ୍ରବଳ ଗରମ ଲାଗି ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି । ଦିନର ତାପାମାତ୍ରା ୨ରୁ ୪ ଡିଗ୍ରୀ ବଢିବ ବୋଲି ପାଣିପାଗ ବିଭାଗ ପ’ରୁ ଆକଳନ କରାଯାଇଛି । ରାଜ୍ୟରେ ହିଟୱେଭ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ମଙ୍ଗଳାବାର ୪୫ ଦଶମିକ ୯ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ଉତ୍ତପ୍ତ ସହର ହୋଇଛି । ସେହିପରି ସୋନପୁରରେ ୪୫ ଦଶମିକ ୩ଡିଗ୍ରୀ ଓ ଟିଟିଲାଗଡ଼ରେ ତାପମାତ୍ରା ୪୫ଡିଗ୍ରୀ ରେକର୍ଡ କରାଯାଇଛି ।