ରାଜ୍ୟରେ କଲବଲ କରୁଛି ତାତି

ଭୁବନେଶ୍ବର: ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସକାଳ ସାଢ଼େ ୮ଟା ସୁଦ୍ଧା ୧୮ ସହରର ତାପମାତ୍ରା ୩୦ ଡିଗ୍ରୀ ଅତିକ୍ରମ କରିଛି । ଭୁବନେଶ୍ବରରେ ତାପମାତ୍ରା ୩୩.୪ ଡିଗ୍ରୀ ରହିଛି । ଗୁରୁବାରଠାରୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆହୁରି ଦୁଇ ଦିନ ଯାଏ ତାତିରୁ ନିସ୍ତାର ମିଳିବନି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । କିଛି ଅଞ୍ଚଳରେ ଦିନର ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି ।