ରାଜ୍ୟରେ କଲବଲ କରୁଛି ତାତି

ଭୁବନେଶ୍ୱର : ୪ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ମିଳିବାର ସମ୍ଭାବନା ନଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ, ଶନିବାର ଅପେକ୍ଷା ରବିବାର ଅନେକ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିବାବେଳେ ଆସନ୍ତା ୩ଦିନ ମଧ୍ୟରେ କିଛି ଅଞ୍ଚଳରେ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବା ସମ୍ଭାବନା ରହିଛି । ଆଭ୍ୟନ୍ତରୀଣରେ ଆହୁରି ତାପମାତ୍ରା ବଢିବା ସମ୍ଭାବନା ରହିଛି ।