କମିଛି ଶୀତ, ୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର : କମିଛି ଶୀତ । ରାଜ୍ୟରେ ଅଧିକାଂଶ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୧୧ରୁ ୧୨ଡିଗ୍ରୀ ଉପରେ ରହିଛି । ଆସନ୍ତା ୨ରୁ ୩ ଦିନ ଭିତରେ ରାତି ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବଢ଼ିପାରେ । ପୁରୀର ସର୍ବନିମ୍ନ ତାପମାତ୍ରା ୨୦.୪ଡିଗ୍ରୀ ରହିଛି ।

ସେହିପରି ୨ ତାରିଖରେ କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନୟାଗଡ଼ ଓ କଟକ ଜିଲ୍ଲାରେ ଘନ କୁହୁଡ଼ି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏ ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।