ନିର୍ବାଚନ ପୂର୍ବରୁ ସୃଷ୍ଟ ବିଜୁ ଯୁବ ବାହିନୀ ବନ୍ଦ

ଭୁବନେଶ୍ୱର,(ଏସ୍ ନ୍ୟୁଜ) ରାଜ୍ୟରେ ବନ୍ଦ ହେଲା ବିଜୁ ଯୁବ ବାହିନୀ କାର୍ଯ୍ୟକ୍ରମ। ଚଳିତ ଆର୍ଥିକ ବର୍ଷ ବଜେଟରେ ବିଜୁ ଯୁବ ବାହିନୀ କାର୍ଯ୍ୟକ୍ରମ ପାଇଁ କୌଣସି ଅର୍ଥ ବ୍ୟବସ୍ଥା କରାଯାଇ ନାହିଁ । ତେଣୁ ବିଜୁ ଯୁବ ବାହିନୀର ଆଉ କୌଣସି କାର୍ଯ୍ୟକ୍ରମ ନାହିଁ।

ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ବିଧାନସଭାରେ ଦେଇଥିବା ଉକ୍ତି ଅନୁଯାୟୀ, ଚଳିତ ଆର୍ଥିକ ବର୍ଷ ୨୦୨୦-୨୧ରେ ରାଜ୍ୟ ବଜେଟରେ ବିଜୁ ଯୁବ ବାହିନୀ ପାଇଁ ଅର୍ଥ ବ୍ୟବସ୍ଥା ନାହିଁ। ତେଣୁ ବିଜୁ ଯୁବ ବାହିନୀ ବର୍ତ୍ତମାନ କାର୍ଯ୍ୟକ୍ଷମ ନାହିଁ ଓ ରାଜ୍ୟର କୌଣସି ଅଞ୍ଚଳରେ ଲୋକଙ୍କ ସ୍ୱାର୍ଥ ପାଇଁ କୌଣସି କାର୍ଯ୍ୟକ୍ରମ ବିଜୁ ଯୁବ ବାହିନୀ ଦ୍ୱାରା ବର୍ତ୍ତମାନ କରାଯାଉ ନାହିଁ। ଚଳିତ ଆର୍ଥିକ ବର୍ଷରେ ବିଜୁ ଯୁବ ବାହିନୀ ପାଇଁ ବଜେଟରେ କୌଣସି ଅର୍ଥ ବ୍ୟବସ୍ଥା ନାହିଁ। ତେଣୁ ଖର୍ଚ୍ଚର କୌଣସି ଅବକାଶ ନାହିଁ।