ହଷ୍ଟେଲ ରୁମରୁ ଡାକ୍ତରୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗିର: ବଲାଙ୍ଗିର ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ବିଳମ୍ବିତ ରାତିରେ ତୃତୀୟ ବର୍ଷର ଡାକ୍ତରୀ ଛାତ୍ରୀ ନିରୁପମା ନନ୍ଦଙ୍କର ମୃତ୍ୟୁ ହୋଇଛି । ମେଡିକାଲ କଲେଜର ହଷ୍ଟେଲ ରୁମ୍ ଭିତରୁ ଡାକ୍ତରୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ନିରୁପମା ଝୁଲିପଡିଥିବା ନେଇ କଲେଜ କର୍ତ୍ତୃପକ୍ଷ ପରିବାର ଲୋକଙ୍କୁ ଖବର ଦେଇଥିଲେ । ପରିବାର ଲୋକେ ପହଞ୍ଚିବା ପରେ ନିରୁପମାଙ୍କୁ ତଳକୁ ଅଣାଯାଇଥିଲା । ପରିବାର ଲୋକଙ୍କ ଉପସ୍ଥିତିରେ ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା । ଏହାପରେ ପରିବାର ଲୋକଙ୍କୁ ମର ଶରୀର ହସ୍ତାନ୍ତର କରିଥିଲା ପୋଲିସ । ତେବେ ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ପରିବାର ଲୋକେ କିମ୍ବା କଲେଜ କର୍ତ୍ତୃପକ୍ଷ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲୁନାହାନ୍ତି । ନିରୁପମା ଜଣେ ମେଧାବୀ ଛାତ୍ରୀ ଥିବାବେଳେ ତାଙ୍କର ମୃତ୍ୟୁ କିପରି ହେଲା, ତାହା ଏବେ ସନ୍ଦେହ ଘେରରେ ରହିଛି । ଅନ୍ୟପଟେ ପରିବାର ଲୋକେ କହିଛନ୍ତି ଯେ, ଛାତ୍ରୀଙ୍କୁ ଆତ୍ମହତ୍ୟା ପାଇଁ ବାଧ୍ୟ କରାଯାଇଛି କିମ୍ବା ତାଙ୍କୁ ତଣ୍ଟି ଚିପି ହତ୍ୟା କରାଯାଇଛି ।