୧୧% ମହଙ୍ଗା ଭତ୍ତା ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

 ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପୂଜା ଭେଟି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧% ମହଙ୍ଗା ଭତ୍ତା ଘୋଷଣା କରିଛନ୍ତି । ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ । ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ,୨୮%ରେ ପହଞ୍ଚିଲା । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ୧/୭/୨୦୨ ରୁ ପିଛିଲା ଭାବରେ ୧୧%ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ ।