ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ପାଚକ, ପାଚିକାମାନଙ୍କ ସୁବିଧାକୁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେମାନଙ୍କ ମାସିକ ପାରିଶ୍ରମିକ ୨୦୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି ମୂଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୧୨ କୋଟି ୯ ଲକ୍ଷ ଟଙ୍କା ବ୍ୟୟ କରିବେ।
ଏହାଦ୍ୱାରା ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) ରାଜ୍ୟରେ ନିୟୋଜିତ ହୋଇଥିବା ୧.୧୨ ଲକ୍ଷ ପାଚକ,ପାଚିକା ଉପକୃତ ହେବେ। ପାଚକ, ପାଚିକାମାନଙ୍କ କାମ, ଦକ୍ଷତା ଓ ପରିଶ୍ରମକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।ଏହି ପାଚକ, ପାଚିକାମାନେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ୫୦,୬୧୮ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୪୨.୪୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ରନ୍ଧା ଖାଦ୍ୟ ପରିବେଷଣ କରୁଛନ୍ତି।