ଆଜି ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କରି ସତର୍କ ରହିବାକୁ ୧୦ ଜିଲ୍ଳାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ଦେଇଛନ୍ତି

ସବୁ ପ୍ରକାର ବିପର୍ଯ୍ୟୟରେ ଆମର ନୀତି ହେଉଛି ‘ସବୁ ଜୀବନ….

ଭୁବନେଶ୍ୱର: ସବୁ ପ୍ରକାର ବିପର୍ଯ୍ୟୟରେ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’। ତେଣୁ ଯେପରି କୌଣସି ଗୋଟିଏ ବି ଜୀବନ ହାନୀ ନ ହୁଏ, ଏବଂ ସାଧାରଣ ଜୀବନଯାତ୍ରାରେ କୌଣସି ବ୍ୟାପକ ଅସୁବିଧା ସୃଷ୍ଟି ନ ହୁଏ, ତାକୁ ସୁନିଶ୍ଚିତ କର।  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କରି ଅଧିକାରୀ ମାନଙ୍କୁ ଏହି ମର୍ମରେ ନିର୍ଦ୍ଦେଶ ଦେଇଛନ୍ତି । ପରିସ୍ଥିତି ସଂପର୍କରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନର ନିୟମିତ ଭାବେ ସମୀକ୍ଷା କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କ୍ରମାଗତ ଭାବେ ବର୍ଷା ଲାଗି ରହିଥିବାରୁ ମହାନଦୀ ଅବବାହିକା ଅଞ୍ଚଳର ୧୦ଟି ଜିଲ୍ଲାରେ ବନ୍ୟା ହେବାର ସମ୍ଭାବନା ଦେଖାଦେଇଛି । ତେଣୁ ଏହି ୧୦ଟି ଜିଲ୍ଲାର ଜିଲ୍ଲାପାଳ ମାନେ ସତର୍କ ରହିବା ସହିତ ବନ୍ୟା ପରିସ୍ଥିତିକୁ ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଛନ୍ତି ।