ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ସାମୁଦି୍ରକ ଝଡବାତ୍ୟା ‘ଗୁଲାବ’ ଗୋପାଳପୁର ଓ ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍ ମଧ୍ୟରେ ସ୍ଥଳଭାଗ ଛୁଇଁଛି । ଏହାର ପ୍ରଭାବରେ ୧୧ଟି ଜିଲ୍ଲାରେ ବର୍ଷା ସହ ପବନ ହେବାର ସମ୍ଭାବନା ନଥିବାରୁ ଏହି ସବୁ ଜିଲ୍ଲାରେ ଆସନ୍ତାକାଲି ସ୍କୁଲ୍ ଓ ଅନ୍ୟ ସମସ୍ତ ଶିକ୍ଷାନୁଷ୍ଠାନ ଗୁଡିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ବାତ୍ୟା ସ୍ଥିତି ନେଇ ଆଜି ନୂଆଦିଲ୍ଲୀରୁ ଭିଡିଓ କନ୍ଫରେନ୍ସିଂ ଯୋଗେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବା ଅବସରରେ ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଦେଇଥିଲେ ଏହି ନିର୍ଦ୍ଦେଶ ।
ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି) ପ୍ରଦୀପ କୁମାର ଜେନା ଏହି ସୂଚନା ଦେଇଛନ୍ତି । ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ନବରଙ୍ଗପୁର, କନ୍ଧମାଳ, ମାଲକାନଗିରି, ଖୋର୍ଦ୍ଧା, ପୁରୀ, ନୟାଗଡ ଓ କଳାହାଣ୍ଡି ଜିଲ୍ଲାର ଜିଲ୍ଲାପାଳଙ୍କୁ ଆସନ୍ତାକାଲି ସ୍କୁଲ୍ ଓ ଅନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।