ରାଜ୍ୟର ଦୀର୍ଘତମ ଟି-ସେତୁର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କଟକ: ମହାନଦୀ ଉପରେ ରାଜ୍ୟର ସବୁଠୁ ଦୀର୍ଘତମ ‘ଟି ସେତୁ’ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପଣ କରିଛନ୍ତି। ୧୧୧ କୋଟି ଟଙ୍କା ବେୟରେ ଏହି ସେତୁ ନିର୍ମାଣ ହୋଇଛି । ଗୋପିନାଥପୁର – ସିଂହନାଥ ପୀଠ- ବୈଦେଶ୍ୱରକୁ ଏହି ସେତୁ ସଂଯୋଗ କରୁଛି। ସେତୁ ଯୋଗୁଁ ୪୫ କିମି ଦୂରତ୍ୱ କମିବ। ଏହାସହ ଏଥିରେ ୫ ଲକ୍ଷ ଲୋକେ ଉପକୃତ ହେବେ।

୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ ‘ଟି’ ଅକ୍ଷରୁ ସଦୃଶ । ଏହା ରାଜ୍ୟର ପ୍ରଥମ ‘ଟି’ ସେତୁ । ଏହା ସେ ଅଂଚଳବାସୀଙ୍କର ଦୀର୍ଘ ଦିନର ଦାବୀ ଥିଲା। ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଏହି ବହୁ ଆକାକ୍ଷିତ ସେତୁର ଉଦ୍ ଘାଟନ ସେ ଅଞ୍ଚଳର ଜନତାଙ୍କ ମଧ୍ୟ ରେ ବିପୁଳ ଉତ୍ସାହ ସୃଷ୍ଟି କରିଛି । ସେତୁ ଉଦ୍ ଘାଟନ ପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣ ଙ୍କୁ ଆପଣମାନେ ଖୁସି ତ ବୋଲି ପଚାରିଥିଲେ । ଏବଂ ଜନତା ଆନନ୍ଦ ପ୍ରକାଶ ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବଡମ୍ବା ବିଧାୟକ ଶ୍ରୀ ଦେବୀପ୍ରସାଦ ମିଶ୍ର ଓ ବାଙ୍କୀ ବିଧାୟକ ଶ୍ରୀ ଦେବୀ ପ୍ରସନ୍ନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।