ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଆସି ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଛନ୍ତି। ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାରଳାଖେମୁଣ୍ଡିରେ ପହଞ୍ଚି ୧୦ଜଣ ହିତାଧିକାରୀଙ୍କୁ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗଜପତି ଜିଲ୍ଲା ମୋ ପାଇଁ ସ୍ୱତନ୍ତ୍ର। ଏହାଛଡ଼ା ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ୮୨୦ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ କରିଛନ୍ତି। ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ସ୍ଵାସ୍ଥ୍ୟମନ୍ତ୍ରୀ ନବ ଦାସ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ବିଧାୟକ କେ ନାରାୟଣ ରାଓ , ଜଗନ୍ନାଥ ସାରକା ଓ ୫-ଟି ସଚିବ ଭିକେ ପାଣ୍ଡିଆନ୍ ପ୍ରମୁଖ ଉପସ୍ଥିତ ଥିଲେ।