ନେତାଜୀ ନାମିତ ବସ୍ ଟର୍ମିନାଲର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

କଟକ, (ଏସ୍ ନ୍ୟୁଜ‌): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ନେତାଜୀ ସଂଗ୍ରହାଳୟ ବୁଲି ଦେଖିଛନ୍ତି । ନେତାଜୀଙ୍କ ଜନ୍ମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଖାନନଗରରେ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାସ ମଧ୍ୟ କରିଛନ୍ତି । କଟକର ଖାନନଗରେ ନେତାଜୀଙ୍କ ନାମରେ ଏକ ଅତ୍ୟାଧୁନିକ ବସ୍ ଟର୍ମିନାଲ ନିର୍ମାଣ କରାଯିବ ।୧୨ ଏକର ଜମିରେ ନିର୍ମିତ ହେବାକୁ ଥିବା ଏହି ଅତ୍ୟାଧୁନିକ ଅନ୍ତର୍ଜାତୀୟ ବସ୍ ଟର୍ମିନାଲ ପାଇଁ ୬୫ କୋଟି ବ୍ୟୟ ଅଟକଳ କରାଯାଇଛି । ଏଥିସହ ଟର୍ମିନାଲରେ ନେତାଜୀଙ୍କ ଜୀବନୀ ଓ ଆଦର୍ଶ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଅଭିଭାଷଣରେ କହିଛନ୍ତି ।