ଆଜିଠୁ ଆଦିବାସୀ ମେଳା, ସଂଧ୍ୟାରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଆଜି ଠାରୁ ଭୁବନେଶ୍ୱର ୟୁନିଟ୍‌ ୩ ସ୍ଥିତ ପ୍ରଦର୍ଶନୀ ପଡିଆରେ….

ଭୁବନେଶ୍ୱର: ଆଜି ଠାରୁ ଭୁବନେଶ୍ୱର ୟୁନିଟ୍‌ ୩ ସ୍ଥିତ ପ୍ରଦର୍ଶନୀ ପଡିଆରେ ଆରମ୍ଭ ହେବ ଆଦିବାସୀ ମେଳା । ଶନିବାର ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦିବାସୀ ମେଳା ଓ ଜାତୀୟ ଜନଜାତି କଳାସାମଗ୍ରୀ ପ୍ରଦର୍ଶନୀକୁ ଉଦଘାଟନ କରିବେ । ମେଳାରେ କିଣା ବିକା ପାଇଁ ଆଦିବାସୀଙ୍କ ଦ୍ୱାରା ଉତ୍ପାଦିତ କୃଷି ଓ ଜଙ୍ଗଲଜାତି ସାମଗ୍ରୀ ଉପଲବ୍ଧ ହେବ । ଏଥିପାଇଁ ମୋଟ୍‌ ୧୦୦ଟି ଷ୍ଟଲ କରାଯାଉଥିବା ବେଳେ ଆଇଟିଡିଏ, ମାଇକ୍ରୋ ପ୍ରୋଜେକ୍ଟ, ମିଶନ ଶକ୍ତି, ଓରମାସ, ଟିଡିସିସି ଆଦି ଯୋଗଦେବେ । ତେବେ ସେମାନଙ୍କ ଷ୍ଟଲରେ କେବଳ ଆଦିବାସୀଙ୍କ ଦ୍ୱାରା ଉତ୍ପାଦିତ ଓ ପ୍ରସ୍ତୁତ ସାମଗ୍ରୀ ବିକ୍ରି ହେବ ।ସେହିଭଳି ଏହି ୧୦ଦିନିଆ ମେଳାରେ ପ୍ରତ୍ୟେକ ସଂଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ । ଓଡିଶା ସମେତ ଦେଶର ବିଭିନ୍ନ ରାଜ୍ୟରୁ ଆସିବାକୁ ଥିବା ଆଦିବାସୀ କଳାକାରମାନେ ପାରମ୍ପରିକ କଳା ପ୍ରଦର୍ଶନ କରିବେ ।

ଆଦିବାସୀ ମେଳାରେ ଜାତୀୟ କ୍ରାଫ୍ଟ ମେଳା ପାଇଁ ସ୍ୱତନ୍ତ୍ର ଭାବେ ୮୦ଟି ଷ୍ଟଲ ରହିବ । ଦେଶର ୧୮ଟି ରାଜ୍ୟରୁ ଆସିବାକୁ ଥିବା କଳାକାରମାନେ ଏଠାରେ ସେମାନଙ୍କ କଳାନୈୂଣ୍ୟ ପ୍ରଦଶର୍ନ ସହିତ ସାମଗ୍ରୀ ବିକ୍ରି କରିବାର ସୁଯୋଗ ପାଇବେ ।