ସମସ୍ତେ ମିଳିମିଶି, କଠିନ ପରିଶ୍ରମ କରି ଅଞ୍ଚଳର ବିକାଶକୁ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ହିଞ୍ଜିଳି ଓ ଶେରଗଡର ପୌର ଓ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,(ସାକ୍‌ସୀ ନ୍ୟୁଜ୍‌): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ନବୀନ ନିବାସଠାରେ ହିଞ୍ଜିଳି ଓ ଶେରଗଡ ଅଞ୍ଚଳର ପୌରାଞ୍ଚଳ ଓ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକର ନବ ନିର୍ବାଚିତ ପ୍ରତିନିଧି ମାନଙ୍କ ସହ ଆଲୋଚନା କରିଛନ୍ତି ।

ଏହି ଅବସରରେ ସେ ସମସ୍ତ ପ୍ରତିନିଧି ମାନଙ୍କୁ ନିର୍ବାଚନରେ ବିଜୟ ପାଇଁ ଅଭିନନ୍ଦନ ଜଣାଇବା ସହିତ ସମସ୍ତେ ମିଳିମିଶି ଓ କଠିନ ପରିଶ୍ରମ କରି ନିଜ ନିଜ ଅଞ୍ଚଳର ଉନ୍ନୟନ ପ୍ରକ୍ରିୟାକୁ ଆଗେଇ ନେବାକୁ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳି ଓ ଶେରଗଡର ବିକାଶ ପାଇଁ ସେ ସବୁ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ହିଞ୍ଜିଳି ପୌରାଞ୍ଚଳର ଅଧ୍ୟକ୍ଷ, ଉପାଧ୍ୟକ୍ଷ, କାଉନସିଲର ମାନେ ଯୋଗ ଦେବା ସହିତ ଶେରଗଡ ଓ ହିଞ୍ଜିଳିକାଟୁ ବ୍ଲକ୍‌ର ଅଧ୍ୟକ୍ଷ, ଉପାଧ୍ୟକ୍ଷ, ସରପଞ୍ଚ ଓ ଅନ୍ୟାନ୍ୟ ଲୋକପ୍ରତିନିଧିଙ୍କୁ ମିଶାଇ ୨୦୦ରୁ ଅଧିକ ପ୍ରତିନିଧି ଯୋଗ ଦେଇଥିଲେ।