ଆସନ୍ତା ୨୦ ତରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ

ଭୁବନେଶ୍ୱର : ଆସନ୍ତା ଜାନୁଆରୀ ୨୦ ତାରିଖ (ସୋମବାର) ଦିନ ୟୁନିଟ-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ।

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।