ଭୁବନେଶ୍ୱର: ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍ । ରାଜେନ୍ଦ୍ରବିହାର ଆପାର୍ଟମେଂଟ, ଫରେଷ୍ଟ ପାର୍କକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି । ଆପାର୍ଟମେଣ୍ଟର ୧୦ଟି ଫ୍ଲାଟରେ ଏକାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏକାଧିକ ସଂକ୍ରମିତ ଚିହ୍ନଟ ପରେ ବିଏମସି ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି । କଣ୍ଟେନମେଣ୍ଟ ଜୋନରେ ପ୍ରବେଶ ଓ ପ୍ରସ୍ଥାନ ଉପରେ ବିଏମସିର କଟକଣା ଲାଗିଛି । ମେଡିସିନ ଓ ଅତ୍ୟାବଶ୍ୟକ ସାମଗ୍ରୀ ବିଏମସି ପକ୍ଷରୁ ଯୋଗାଇ ଦିଆଯିବ ।