ସୁନାମଧନ୍ୟ ପ୍ରଖ୍ୟାତ ଗାୟକ ତଥା ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗ

ପରଲୋକରେ ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର

ଭୁବନେଶ୍ୱର,(ସାକ୍‌ସୀ ନ୍ୟୁଜ୍‌): ସୁନାମଧନ୍ୟ ପ୍ରଖ୍ୟାତ ଗାୟକ ତଥା ସଙ୍ଗୀତ ନିର୍ଦେଶକ ପ୍ରଫୁଲ୍ଲ କର ଆଉ ନାହାନ୍ତି । ୮୩ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ରବିବାର ରାତିରେ ଭୁବନେଶ୍ବର ସତ୍ୟନଗର ସ୍ଥିତ ତାଙ୍କ ବାସଭବନରେ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ହୋଇଛି ବାଲି ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି ।

ଭୁବନେଶ୍ୱରରେ ଥିବା ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଓଡ଼ିଶା ସଙ୍ଗୀତ ଜଗତ ପାଇଁ ଏକ ବଡ ଅପୁରଣୀୟ କ୍ଷତି ।

ପ୍ରଫୁଲ୍ଲଙ୍କ ନିରବଚ୍ଛିନ୍ନ ସଙ୍ଗୀତ ସାଧନା ପାଇଁ ସେ ପଦ୍ମଶ୍ରୀ ସମ୍ମାନ ସହିତ ଅନେକ ସମ୍ମାନରେ ସମ୍ମାନିତ ହୋଇଛନ୍ତି । ସେ ପୁରୀରେ ୧୯୩୯ ମସିହା ଫେବୃଆରୀ ୧୬ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କର ମୃତ୍ୟୁ ଖବର ଶୁଣି ସାରା ଓଡ଼ିଶାରେ ବିରାଟବଡ ଶୋକର ଛାୟା ଖେଳି ଯାଇଛି ।