ଗୋଟିଏ ଦିନରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ୧୮

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ଜନିତ ମୃତ୍ୟୁସଂଖ୍ୟା । ଗୋଟିଏ ଦିନରେ ରାଜ୍ୟରେ କରୋନା ଯୋଗୁ ୧୮ ଜଣଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଳାରୁ ସର୍ବାଧିକ ୪ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ, ଗଞ୍ଜାମ ଓ ଯାଜପୁରରୁ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ସେହିପରି ଜଗତସଂହପୁରରୁ ୨, ଭଦ୍ରକ, କଟକ ଓ ଢେଙ୍କାନାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । କେନ୍ଦୁଝର, ନୟାଗଡ଼, ପୁରୀରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‍ କରୋନା ଜନିତ ମୃତ୍ୟୁସଂଖ୍ୟା ୮, ୬୧୨କୁ ବୃଦ୍ଧି ପାଇଛି ।