ରାଜ୍ୟରେ +୨ ପାଇଁ ଆଜିଠାରୁ ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ଗତକାଲି +୨ ନାମଲେଖା ପାଇଁ ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶ ପାଇଛି । +୨ ପାଇଁ ୪ ଲକ୍ଷ ୩୫ ହଜାର ୯୨ ଜଣ ଛାତ୍ରଛାତ୍ରୀ ଆବେଦନ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୮୬ ହଜାର ୪୬୪ ଜଣ ପ୍ରଥମ କଟ୍ ଅଫରେ ମନୋନୀତ ହୋଇଛନ୍ତି । କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଗରେ ରହିଛି ରେଭେନ୍ସା ଜୁନିୟର କଲେଜ । କଳାରେ ୭୯.୩୧%, ବାଣିଜ୍ୟରେ ୮୨% ଓ ବିଜ୍ଞାନରେ ୯୧.୩୩% ରହିଛି । ସେହିପରି ବିଜେପିରେ କଳା-୭୮%, ବିଜ୍ଞାନରେ ୯୦.୬୭% ଓ ବାଣିଜ୍ୟରେ ୭୭.୫% କଟ୍ ଅଫ୍ ମାର୍କ ରହିଛି । ଆଜିଠାରୁ ୨୧ ତାରିଖ ପ୍ରତମ ପର୍ଯ୍ୟାୟ ନାମଲେଖା ଚାଲିବ । ଆସନ୍ତା ୨୭ରେ +୨ ଦ୍ୱିତୀୟ କଟ୍ ଅଫ୍ ମାର୍କ ପ୍ରକାଶ ପାଇବ ।