ଖରାରେ ସିଝୁଛି ସାରା ଓଡିଶା

ଭୁବନେଶ୍ବର : ରାଜ୍ୟର କିଛି ସ୍ଥାନରେ ପ୍ରବଳ ଗରମ ସାଙ୍ଗକୁ ଅସହ୍ୟ ତାତି ଅନୁଭୂତ ହେବ । ଆସନ୍ତା ୨ ଦିନ ଭିତରେ ଏହି ତାପମାତ୍ରା ଆହୁରି ଉପରମୁହାଁ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଆସନ୍ତା ୧୮ରୁ ୨୦ ତାରିଖ ମଧ୍ୟରେ ଶିଖର ଛୁଇଁପାରେ ଏହି ଗ୍ରୀଷ୍ମଲହରୀ । ରାଜ୍ୟରେ ୨୯ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବାବେଳେ ଏହା ଆହୁରି ୨ରୁ ୩ ଡିଗ୍ରୀ ବଢ଼ିବ । ଚଳିତ ଋତୁରେ ସର୍ବୋଚ୍ଚ ତାପମାତ୍ରା ୪୩.୬ ଡିଗ୍ରୀ ସହ ବାରିପଦା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ୧୮ ସହରରେ ୪୧ ଡିଗ୍ରୀ କିମ୍ବା ଅଧିକ ଦିନ ତାପମାତ୍ରା ରେକର୍ଡ଼ ହୋଇଛି ।