ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର: ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ପୂର୍ବ କେନ୍ଦ୍ରିୟ ବଙ୍ଗୋପସାଗର ଅଂଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଯାହା ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ- ଉତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଏବଂ ଉତର ଆନ୍ଧ୍ର ଉପକୂଳ ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟରେ ୧୬ ଏବଂ ୧୭ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।