ଆସନ୍ତା ୨ ଅପ୍ରେଲ ପର୍ଯ୍ୟନ୍ତ ଜାରି ରହିବ ଗ୍ରାଷ୍ମ ପ୍ରବାହ; ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମ ପ୍ରବାହ ଆସନ୍ତା ୨ ଅପ୍ରେଲ, ଶନିବାର ପର୍ଯ୍ୟନ୍ତ ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା

୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୩୧ ତାରିଖ ଗୁରୁବାର ଦିନ ମୟୂରଭଞ୍ଜ, ବୌଦ୍ଧ, ସୋନପୁର, ବଲାଙ୍ଗୀର ଏବଂ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ସେହିପରି ୧ ଅପ୍ରେଲ, ଶୁକ୍ରବାର ଦିନ ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, ଅନୁଗୁଲ ଏବଂ ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ୨ ଅପ୍ରେଲ, ଶନିବାର ଦିନ ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, ଅନୁଗୁଲ ଏବଂ ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ଏହି  ଜିଲ୍ଲାଗୁଡ଼ିକରେ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ଅଂଶୁଘାତରୁ ଦୂରେଇ ରହିବା ପାଇଁ ବୃଦ୍ଧ ବ୍ୟକ୍ତିମାନଙ୍କୁ ପ୍ରଖର ଖରାରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।