ଦେଶରେ ସର୍ବାଧିକ ୬୨,୨୫୮ କରୋନା ଆକ୍ରାନ୍ତଙ୍କ ଚିହ୍ନଟ:୨୯୧ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ,(ଏସ୍ ନ୍ୟୁଜ): ଗତବର୍ଷ ଅକ୍ଟୋବର ମଧ୍ୟଭାଗ ପରଠାରୁ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପ୍ରଥମ ଥର ଲାଗି ରେକର୍ଡସଂଖ୍ୟକ ୬୨,୨୫୮ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ଏଥିସହ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧.୧୯ କୋଟି ଟପିଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୫.୩% ଅଧିକ ବୋଲି ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୨,୨୫୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୯୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୯,୦୮,୯୧୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୯୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୧,୨୪୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୦,୩୮୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୨,୯୫,୦୨୩। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୫୨,୬୪୭।