ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି

ଭୁବନେଶ୍ୱର : ରାଜ୍ୟରେ ପ୍ରବଳ ତାତି ଓ ଗ୍ରୀଷ୍ମ ପ୍ରବାହରେ ଜନ ଜୀବନ ଅସ୍ତବ୍ୟସ୍ତ। ଗୁରୁବାର ସାଢେ ୧୧ଟା ସୁଦ୍ଧା ତାପମାତ୍ରା ଟପିଲା ୪୦ ଡିଗ୍ରୀ। ଆଜି ମଧ୍ୟ ଖରା ପ୍ରକୋପ ଜାରି ରହିବ। ହିଟୱେଭ୍ ନେଇ ଆଜି ୧୦ ଜିଲ୍ଲାକୁ ଅରେଞ୍ଜ ଓ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ପାଣିପାଗର କେନ୍ଦ୍ରର ସୂଚନାଅନୁସାରେ ନୟାଗଡ଼, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଓ ଝାରସୁଗୁଡ଼ାରେ ଟାଣ ଖରା ହେବ । ଏଥିପାଇଁ ଏହି ଜିଲ୍ଲାକୁଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।