ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି

ଭୁବନେଶ୍ବର : ଅନେକ ସ୍ଥାନରେ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ଯାଏଁ ବଢ଼ିବା ସମ୍ଭାବନା ରହିଛି । ଅସହ୍ୟ ତାତି ସହ ଗରମ ଓ ଗୁଳୁଗୁଳିରୁ ମିଳିବନି ନିସ୍ତାର । ଅସହ୍ୟ ଗ୍ରୀଷ୍ମ ପ୍ରବାହ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୫ଦିନ ମଧ୍ୟରେ ଅନେକ ସ୍ଥାନରେ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି। ୨୭ ତାରିଖରେ ରାଜ୍ୟର ସର୍ବାଧିକ ତାପମାତ୍ରା ୪୫ ଡିଗ୍ରୀ ଅତିକ୍ରମ କରିପାରେ। ଏଥିପ୍ରତି ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଜନସାଧାରଣଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି ।