ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ହଟ୍ଟଗୋଳ, ଗୃହ ୪ଟା ଯାଏଁ ମୁଲତବି

ଭୁବେନେଶ୍ଵର: ରାଜ୍ୟ ବିଧାନସଭା ପ୍ରଶ୍ନକାଳରେ ଆଜି ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଫଳରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବି ଘୋଷଣା କରିଛନ୍ତି। ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ଅଭିଯୋଗରେ ବିରୋଧୀ ସଦସ୍ୟମାନେ ଗୃହରେ ହଟ୍ଟଗୋଳ କରିଥିଲେ। ବିରୋଧୀ ବିଜେପି ଓ କଂଗ୍ରେସ ଦଳର ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହୋହାଲ୍ଲା କରିଥିଲେ। ତେଣୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବି ଘୋଷଣା କରିଛନ୍ତି।