ଆଇନଶୃଙ୍ଖଳା ପରିସ୍ଥିତି ଧୀରେଧୀରେ ରାଜ୍ୟ ସରକାରଙ୍କ ହାତରୁ ଖସିବାକୁ ଯାଉଛି- ଧର୍ମେନ୍ଦ୍ର ପ୍ରଧାନ

ବିଧାୟକ ମୁକେଶ ମହାଲିଙ୍ଗଙ୍କ ଗାଡିକୁ ଆକ୍ରମଣ ଘଟଣାକୁ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ

> ଯେଉଁଠି ଜନପ୍ରତିନିଧି ସୁରକ୍ଷିତ ନୁହନ୍ତି, ସେଠାରେ ସାଧାରଣ ଲୋକ କିପରି ସୁରକ୍ଷିତ ରହିପାରିବେ?
> ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ ପୋଲିସ ପ୍ରଶାସନ ଦୃଢ଼ କାର୍ଯ୍ୟନୁଠାନ ଗ୍ରହଣ କରିବେ ବୋଲି ଆଶା

ଭୁବରନଶ୍ୱର, ଏପ୍ରିଲ ୧୨: ଲୋଇସିିଂହା ବିଧାୟକ ମୁକେଶ ମହାଲିଙ୍ଗଙ୍କ ଗାଡକିୁ ମଝି ରାସ୍ତାରେ ଅଟକାଇ ଗାଡିଚାଳକ ଓ ସୁରକ୍ଷାକମୀ୍ଙ୍କୁ ଦିନ ଦ୍ୱିପହରକର ଆକ୍ରମଣ କରିବା ଘଟଣାକୁ ନିନ୍ଦା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ କହିଛନ୍ତି ବିଭିନ୍ନ ସ୍ଥାନରେ ରାଜନୈତିକ ଆକ୍ରୋଶ ରଖି ହେଉଥିବା ଆକ୍ରମଣରୁ ସ୍ପଷ୍ଟ ମାନେ ହେଉଛି ଯେ ଆଇନଶୃଙ୍ଖଳା ପରିସ୍ଥିତି ଧୀରେଧୀରେ ରାଜ୍ୟ ସରକାରଙ୍କ ହାତରୁ ଖସିବାକୁ ଯାଉଛି,ଯାହା ରାଜ୍ୟ ପାଇଁ ଶୁଭଙ୍କର ନୁହଁ। ଯେଉଁଠି ଜନପ୍ରତନିଧିି ସୁରକ୍ଷିତ ନୁହନ୍ତି, ସେଠାରେ ସାଧାରଣ ଲୋକ କିପରି ସୁରକ୍ଷିତ ରହିପାରିବେ?

ଏହିଘଟଣାରେ ସମ୍ପୃକ୍ତ ଥିବା ବୟକ୍ତିଙ୍କ ବିରୋଧରେ ପୋଲିସ ପ୍ରଶାସନ ଦୃଢ଼ କାର୍ଯ୍ୟନୁଠାନ ଗ୍ରହଣ କରିପାରିବେ ବୋଲି ଟ୍ୱିଟ କରି କେନ୍ଦ୍ରମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।