ମନୋଜ ମନୋଜ ଦାସଙ୍କ ବିୟୋଗ ସାହିତ୍ୟ ଜଗତ ପାଇଁ ଅପୂରଣୀୟ କ୍ଷତି: ସମୀର ମହାନ୍ତି

ବିଶିଷ୍ଟ ସାହିତ୍ୟିକ ପଦ୍ମଭୂଷଣ ପ୍ରଫେସର ମନୋଜ ମନୋଜ ଦାସଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର,(ଏସ୍ ନ୍ୟୁଜ):ଓଡିଶାର ବିଶିଷ୍ଟ ସାହିତ୍ୟିକ, କଥାକାର ପଦ୍ମଶ୍ରୀ ତଥା ପଦ୍ମଭୂଷଣ ପ୍ରଫେସର ମନୋଜ ଦାସଙ୍କ ଦେହାନ୍ତରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଏବଂ ବିରୋଧୀ ଦଳର ନେତା ପ୍ରଦୀପ କୁମାର ନାଏକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ସ୍ୱର୍ଗତଃ ଦାସ କାଳଜୟୀ ଓଡିଆ କ୍ଷୁଦ୍ର ଗଳ୍ପ ଓ ସାହିତ୍ୟ ଜଗତର ସ୍ରଷ୍ଠା ଥିଲେ । ଓଡିଆ ସାହିତ୍ୟ ଜଗତରେ ସ୍ୱର୍ଗତଃ ଦାସଙ୍କ ଅବଦାନ ସର୍ବଦା ଚିରସ୍ମରଣୀୟ ହୋଇ ରହିବ । ତାଙ୍କ ବିୟୋଗ ସାହିତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ।
ତାଙ୍କ ବିୟୋଗରେ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ ବୋଲି କହିବା ସହ ଉଭୟ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ଅମର ଆତ୍ମାର ସଦ୍‌ଗତି କାମନା କରି ଶୋକସନ୍ତପ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।