୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ । ଏହା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ଉତ୍ତର ତାମିଲନାଡୁ ଉପକୂଳରେ ସ୍ଥଳଭାଗ ଛୁଇଁବ । ଯାହା ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆକଳନ ଅନୁଯାୟୀ, ୨୦ରେ ଦକ୍ଷିଣ ଓ ଉତ୍ତର ଓଡିଶାର କିଛି ଅଞ୍ଚଳରେ ବର୍ଷା ପରିମାଣ ବଢିପାରେ । ମାଲକାନଗିରି, କୋରାପୁଟ, ରାୟଗଡା ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପାଗ କୋହଲା ରହିବା ଦ୍ୱାରା ରାତି ତାପମାତ୍ରା ବୃଦ୍ଧି ପାଇଛି । ଏହାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।