ଆସନ୍ତା ୨୪ ଘଣ୍ଟା ପାଇଁ ୨୨ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ଉତ୍ତର ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ଯାହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ପାଇଁ ୨୨ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ।
ଅନ୍ୟ ୧୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ ଓ କେନ୍ଦୁଝର । ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ସମ୍ପୃକ୍ତ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି