୮ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ

ଭୁବନେଶ୍ୱର(ଏସ୍ ନ୍ୟୁଜ): ପୁଣି ୬ରେ ରାଜ୍ୟରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ଘନ କୁହୁଡିକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆସନ୍ତା କିଛି ଦିନ ହବ ରାଜ୍ୟରେ ଶୀତର ପ୍ରକୋପ ବଢିବାରେ ଲାଗିଛି। ୭ ତାରିଖ ସକାଳ ସୁଦ୍ଧା ୧୧ ଜିଲ୍ଲାରେ ଘନ କୁହୁଡି ହେବା ଆଶଙ୍କା ରହିଛି । ଆସନ୍ତାକାଲି ସକାଳ ସୁଦ୍ଧା ୮ ଜିଲ୍ଲାରେ ଶୀତ ଲହରି ଜାରି ରହିବାର ଆଶଙ୍କା ରହିଛି । ଫଳରେ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୮ଟି ଜିଲ୍ଲାଗୁଡିକ ହେଉଛି- ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, କଳାହାଣ୍ଡି, ମୟୂରଭଞ୍ଜ, କନ୍ଧମାଳ ଓ ନବରଙ୍ଗପୁର