ଆଗାମୀ ୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ

ଆଗାମୀ ୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ । ଦକ୍ଷିଣ ପଶ୍ଚିମ ମୌସୁମୀ….

ଭୁବନେଶ୍ୱର : ଆଗାମୀ ୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ପାଗ ଅନୁକୂଳ ରହିଛି । ମୌସୁମୀ ପହଞ୍ଚିବା ପାଇଁ ପାଗ ଧିରେ ଧିରେ ଅନୁକୂଳ ହେଉଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି

ଅନ୍ୟପଟେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଶନିବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ୧୨ଟି ଜିଲ୍ଳାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ସେହିପରି ଏହି ସମୟ ମଧ୍ୟରେ ପଶ୍ଚିମ ଓଡ଼ିଶାର ୨ ଜିଲ୍ଲାରେ ପ୍ରବଳ ଗୀଷ୍ମ ପ୍ରବାହ ଜାରି ରହିବ । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି