ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୩୧

ଭୁବନେଶ୍ୱର,(ଏସ୍ ନ୍ୟୁଜ) : ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ୯୮୮୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୫୬୧୧ଜଣ ସଙ୍ଗରୋଧରୁ ଓ ୪୨୭୮ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୩୧ ଜଣ ମାମଲା ଚିହ୍ନଟ ହୋଇଛି ।

ଏଣେ ରାଜ୍ୟରେ ମୋଟ ୨୦୧୦୪ ଜଣଙ୍କର ମୃତ୍ୟୁ ସଂଖ୍ୟା ବୃଦ୍ଧି ଘଟିଛି। ଗତ ୨୪ ଘଣ୍ଟା ଭିତରେ ୧୬ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ପୁରୀ, ସମ୍ବଲପୁରରୁ ଜଣେ ଲେଖାଏଁ ,ସୁନ୍ଦରଗଡ ଓ ରାୟଗଡାର ୨ ଜଣ ଲେଖାଏଁ, ଗଜପତି ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ରାଜ୍ୟରେ ଚିନ୍ତା ବଢ଼ାଇ ଚାଲିଛି କରୋନା ସଂକ୍ରମଣ । ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୧୦ ହଜାର ମୁହାଁ । ଏ ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।