ରାଜ୍ୟରେ ଦିନକରେ ୫୮୮ ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରେ ସଂକ୍ରମିତ ସଂଖ୍ୟା୧୦୦ ଟପିଲା

ଭୁବନେଶ୍ୱର(ଏସ୍ ନ୍ୟୁଜ): ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା।  ଗତ ୨ ଦିନ ହେଲାଣି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହୁଛି। ଗତକାଲି ଦୈନିକ ସଂକ୍ରମଣ ସଂଖ୍ୟା  ୫୭୩ ଥିବା ବେଳେ ଆଜି ଏହି ସଂଖ୍ୟା ୫୮୮ରେ ପହଞ୍ଚିଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ପାର୍‌ କରିଛି । ଏହି ଜିଲ୍ଲାରୁ ସର୍ବାଧିକ ୧୦୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ସୁନ୍ଦରଗଡ଼ରୁ ୮୪, କଳାହାଣ୍ଡିରୁ ୬୪ ଓ ଝାରସୁଗୁଡ଼ାରୁ ୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କଟକରୁ ୩୦, ନୂଆପଡ଼ାରୁ ୨୯, ସମ୍ବଲପୁରରୁ ୨୮, ଗଞ୍ଜାମରୁ ୨୭, ପୁରୀରୁ ୨୪ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ବରଗଡ଼ରୁ ୨୧, ଯାଜପୁରରୁ ୧୫, ବାଲେଶ୍ୱରରୁ ୧୩, ବଲାଙ୍ଗିର ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୧୧ ଲେଖା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଷ୍ଟେଟ୍ ପୁଲ୍‌ରୁ ୨୩ ପଜିଟିଭ ବାହାରିଛନ୍ତି ।